Odishara Garba O Gouraba

Odishara Garba O Gouraba The Life Story of Madhusudan Das

Paperback (28 Apr 2024) | Oriya

  • $22.18
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

ଉତ୍କଳଗୌରବ ମଧୁସୂଦନ ଦାସ ଓରଫ୍ ମଧୁବାବୁ ଓଡ଼ିଆ ଜାତିର ଚିର ନମସ୍ୟ । ପ୍ରତିଟି ଓଡ଼ିଆର ମାନସ ପଟରେ ସେ ହେଉଛନ୍ତି ଅନ୍ୟତମ ସ୍ମରଣୀୟ ବ୍ୟକ୍ତିତ୍ୱ । ଓଡ଼ିଶାର ସ୍ୱାଭିମାନକୁ ପ୍ରତିଷ୍ଠା କରିବା କ୍ଷେତ୍ରରେ ତାଙ୍କର ଯେଉଁ ଜୀବନବ୍ୟାପୀ ସାଧନା ଚାଲୁ ରହିଥିଲା, ତା'ର ପଟାନ୍ତର ନାହିଁ । ଊନବିଂଶ ଶତାବ୍ଦୀ ହେଉଛି ଓଡ଼ିଶାରେ ନବଜାଗରଣର ସମୟ । ଏହି ଶତାବ୍ଦୀରେ ଓଡ଼ିଶାରେ ବହୁ ମହାମନୀଷୀ ଜନ୍ମଗ୍ରହଣ କରି ଉତ୍କଳମାତାଙ୍କର ମୁଖଶ୍ରୀକୁ ଉଜ୍ଜ୍ୱଳ କରିଥିଲେ । ମଧୁବାବୁ ସେହି କୃତବିଦ୍ୟ ମନୀଷୀମାନଙ୍କ ମଧ୍ୟରେ ଅନ୍ୟତମ । ସୁପ୍ତ ପ୍ରାୟ ଓଡ଼ିଆ ଜାତିକୁ ନୂତନ ପ୍ରାଣ ସ୍ପନ୍ଦନରେ ଚଳଚଞ୍ଚଳ କରିବାରେ ମଧୁବାବୁଙ୍କର ପ୍ରଯତ୍ନ ପ୍ରୟାସ ବେଶ୍ ପ୍ରଣିଧାନଯୋଗ୍ୟ । ମଧୁବାବୁଙ୍କ ଜୀବନ ଓଡ଼ିଶାର ରାଜନୈତିକ ଇତିହାସର ଇତିବୃତ୍ତି କହିଲେ ଅତ୍ୟୁକ୍ତି ହେବନାହିଁ । ଓଡ଼ିଶା ପାଇଁ ସେ ନିରନ୍ତର ଚିନ୍ତା କରୁଥିଲେ । ଭାଷାଭିତ୍ତିକ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦିଗରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ଓଡ଼ିଶାର ସ୍ୱାଭିମାନ ଏବଂ ଅସ୍ମିତାକୁ ଅକ୍ଷୁଣ୍ଣ ରଖିବା ପାଇଁ ସେ ଆଜୀବନ ଥିଲେ ସଂକଳ୍ପବଦ୍ଧ । ଓଡ଼ିଶା ପାଇଁ, ଓଡ଼ିଆ ଜାତି ପାଇଁ ସେ ଥିଲେ ସମର୍ପିତ ପୁରୁଷ । ଏହି ମହୀୟାନ୍ ପୁରୁଷ ହେଉଛନ୍ତି ମଧୁବାବୁ, ବାରିଷ୍ଠର ମଧୁସୂଦନ ଦାସ ।

ଊନବିଂଶ ଶତାବ୍ଦୀ ଓଡ଼ିଶା ପାଇଁ ଥିଲା ଅଭ୍ୟୁଦୟର ସମୟ । ଏହି କାଳରେ ଓଡ଼ିଶାର ଚିନ୍ତାନାୟକମାନେ ରାଜ୍ୟପାଇଁ, ଦେଶପାଇଁ, ଭାଷାପାଇଁ, ଅସ୍ମିତା ପାଇଁ ଚିନ୍ତା କରୁଥିଲେ । ତଦନୁସାରେ ମଧ୍ୟ କାର୍ଯ୍ୟ କରୁଥିଲେ । ଓଡ଼ିଶାର ସଂକଟ ମୁହୂର୍ତ୍ତରେ ଯୋଗଜନ୍ମା ମଧୁବାବୁ ଆବିର୍ଭାବ ହୋଇ ଉତ୍କଳ ମାତାଙ୍କର ମୁଖଶ୍ରୀଙ୍କୁ ସମ୍ମୁଜ୍ୱଳ କରିଥିଲେ । ଏହି ପରିପ୍ରେକ୍ଷୀରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର କାଳଜୟୀ ପଂକ୍ତିଟି ମନକୁ ଆସେ । ତାହା ହେଉଛି - "ପରହିତ ଲାଗି ମରେ ଯେ ମହୀରେ ସେହି ଏକା ସୁପୁରୁଷ ।"


Book information

ISBN: 9781645605485
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 292
Weight: 372g
Height: 216mm
Width: 140mm
Spine width: 17mm